୭୯ତମ ସ୍ଵାଧୀନତା ଦିବସ ପାଳନ ଅବସରରେ ଲାୟନ୍ସ କ୍ଲବ ଝରାପାଲି ମାର୍କେଟ ଥୁଆପାଲି ପକ୍ଷରୁ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

Spread the love

୭୯ତମ ସ୍ଵାଧୀନତା ଦିବସ ପାଳନ ଅବସରରେ ଲାୟନ୍ସ କ୍ଲବ ଝରାପାଲି ମାର୍କେଟ ଥୁଆପାଲି ପକ୍ଷରୁ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ବରଗଡ – (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଭେଡେନ ଲାୟନ୍ସ କ୍ଲବ ଝରାପାଲି ମାର୍କେଟ, ଥୁଆପାଲି ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ ଉପଲକ୍ଷେ ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ଠାରେ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତିତ୍ବ କରି ଥିଲେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଲତାଗିରି ନଈ ।ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଆନନ୍ଦ ଚନ୍ଦ୍ର ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଧନପତି ଷାଣ୍ଡ ଓ ବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟ ଅମିୟ କୁମାର ମେହେର। ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଗୁରୁଜୀ ରଂଜନ କୁମାର ଭୋଇ। ସଂଗୀତ ପ୍ରତିଯୋଗିତାରେ ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ଥୁଅପାଲି, ଲୁପୁରସିଂହା ଓ ନ୍ୟୁ ଡନବସ୍କୋ ଏକାଡେମୀ ର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।ଏଥିରେ ମାନସୀ ପାଢୀ, ସୂରପତି ହରିପାଲ ଓ ପ୍ରୀତମ ଦାଶ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ହୋଇଥିଲେ। ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ। ଏଥିରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ସାନ୍ତ୍ଵନା ମୂଳକ ଭାବେ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଏହି ସମୟରେ ଲାୟନ୍ସ କ୍ଲବ ର ସଦସ୍ୟ ଓ ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ର ଗୁରୁଜୀ, ଗୁରୁମା ସହଯୋଗ କରିଥିଲେ।