ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ।

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ।

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ।ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ସଭାପତି ଶ୍ରୀ ବିକ୍ରମ କୁମାର ପଣ୍ଡା ଙ୍କ ନେତୃତ୍ୱ ରେ ଆଜି ଗଞ୍ଜାମ ଜିଲ୍ଲାର ଚାଷୀ ମାନଙ୍କ ବିଭିନ୍ନ ସମସ୍ୟା ଏବଂ ସାର ର ଅଭାବ କୁ ନେଇ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଏକ ଦାବିପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉଦେଶ୍ୟରେ ଗଞ୍ଜାମ ଜିଲ୍ଲାପାଳ ଙ୍କ ମାଧ୍ୟମରେ ପ୍ରଦାନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପୁର୍ବତନ କେନ୍ଦ୍ର ମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ପୁର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ପୁର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, ପୁର୍ଣ୍ଣ ଚନ୍ଦ୍ର ସ୍ବାଇଁ, ସୁର୍ଯ୍ୟମଣି ବୈଦ୍ୟ, ବରିଷ୍ଠ ନେତା ସୁବାଷ ମହାରଣା ଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗ ଦେଇଥିଲେ।