ବାମଦେବ ପାଢ଼ୀ ଉଚ୍ଚ ବିଦ୍ୟାଳୟ ଝରାପାଲି ଠାରେ “ମାଁ ପାଇଁ ଗଛ ଟିଏ ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ବାମଦେବ ପାଢ଼ୀ ଉଚ୍ଚ ବିଦ୍ୟାଳୟ ଝରାପାଲି ଠାରେ "ମାଁ ପାଇଁ ଗଛ ଟିଏ " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ବାମଦେବ ପାଢ଼ୀ ଉଚ୍ଚ ବିଦ୍ୟାଳୟ ଝରାପାଲି ଠାରେ “ମାଁ ପାଇଁ ଗଛ ଟିଏ ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ବରଗଡ – (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଭେଡେନ ବ୍ଲକ ସଂକ୍ରିଡା ପଞ୍ଚାୟତ ର ବାମଦେବ ପାଢ଼ୀ ଉଚ୍ଚ ବିଦ୍ୟାଳୟ ଝରାପାଲି ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦରଦାସ ମୋଦୀ କଂ ୭୫ତମ ଜନ୍ମ ଜୟନ୍ତୀ ପାଳନର ଅବସରରେ ” ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତଥା ପ୍ରକୃତି ବନ୍ଧୁ ସଂଜୀବ କୁମାର ପ୍ରଧାନ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରାୟ ୫୦୦ ଶହଟି (ଫଳ ଗଛ , ଛାଇ) ପ୍ରଦାନ ଗଛ ରୋପଣ ଯାଇଛି । ଏହି ଉପଲକ୍ଷେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ସଂକ୍ରିଡା ସରପଞ୍ଚ ଜୟନ୍ତୀ ସେଠ ଯୋଗ ଦେଇଥିଲେ। ସ୍ଵତନ୍ତ୍ର ସମ୍ମାନିତ ଅତିଥି ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ଉତ୍ତମ ପୁରୋହିତ ଯୋଗ ଦେଇ ବୃକ୍ଷ ରୋପଣ ର ଉପକାରିତା ସମ୍ପର୍କରେ ବିସ୍ତୃତ ଭାବରେ ବର୍ଣ୍ଣନା କରିଥିଲେ। ସମ୍ମାନିତ ଅତିଥି ସମିତିସଭ୍ଯ ଚାଷୀଗିରି ନଈ, ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଭୀମସେନ ମଲ୍ଲିକ, ପରିଚାଳନା କମିଟି ର ସଭ୍ୟା, ସଭ୍ୟ, ଅଭିଭାବକ ଓ ଜନସାଧାରଣ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟଏହାକୁ ସଂଯୋଜନା କରିଥିଲେ, ଶିକ୍ଷକ ସଚିନ୍ଦ୍ର କର୍ଣ୍ଣ । ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିବା ରଚନା, ବକ୍ତୃତା, କୁଇଜ୍, ଚିତ୍ରାଙ୍କନ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ। ଏହି ସମୟରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ।