ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
Spread the love

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

( କୈଳାଶ ଚନ୍ଦ୍ର ଚୌଧୁରୀ) ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମୁଖ୍ୟ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମେତ ରାୟଗଡ , ଡ଼ମ୍ବାଲ ଓ ଜିରାଙ୍ଗ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୫୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଅଭିଯୋଗ ଆସିଥିଲା। ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।