ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ। ଗଜପତି(ମନୋଜ ପିଢୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ’ଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ଶ୍ରୀ କେ. ନାଗାରାଜୁ , ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା-ପରିଷଦ ଶ୍ରୀ ଶଙ୍କର କେରକେଟା ପ୍ରମୁଖ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର-ପରିଷଦ ସମେତ କେରାଣ୍ଡି , କତଲକଇଠା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୫୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୭ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା -୨୦ ଗୋଟି ଅଭିଯୋଗ ଆସିଥିଲା । ଆସିଥିବା ଉଭୟ ୫୭ଟି ମଧ୍ୟରୁ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ଅଂଶୁମାନ ମହାପାତ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ।

