Odisha Shutdown: ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ: ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ

Odisha Shutdown: ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ: ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ

ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍‌ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି ରହିଛି।ଭୁବନେଶ୍ବର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍‌ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି ରହିଛି। ଏହି ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ, ବାମ ଦଳ ଓ ବିଭିନ୍ନ ସାମାଜିକ ସଂଗଠନ ସମର୍ଥନ ଜଣାଇଛନ୍ତି। ବିଜେଡି ଏହାକୁ ସ୍ବାଗତ କରିଥିଲେ ହେଁ ବିଧିବଦ୍ଧ ସମର୍ଥନ ଦେଇନାହିଁ। ଓଡିଶା ବନ୍ଦର ପ୍ରଭାବ ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଛି | ନବନିର୍ମାଣ କୃଷକ ସଂଗଠନର ବନ୍ଦ ଡାକରା ଯୋଗୁଁ ଗଜପତି ଜିଲ୍ଲାରେ ପ୍ରଭାବ ପଡିଛି |

ଉଲ୍ଲେଖ ଥାଉ କି ଆଜିର ବନ୍ଦ ପାଳନକୁ ନେଇ ଗତକାଲି କଂଗ୍ରେସ ପକ୍ଷରୁ କୁହାଯାଇଥିଲା ଯେ ମଣ୍ଡିରେ ଦେଖାଦେଇଥିବା ଚରମ ଅବ୍ୟବସ୍ଥା, ୧୫୦ କ୍ବିଣ୍ଟାଲ୍‌ରୁ ଅଧିକ ଧାନବିକା ବେଳେ ଇନ୍‌ପୁଟ୍‌ ସବ୍‌ସିଡିକୁ ସରକାର ବନ୍ଦ କରିଦେବା, ବିଜୁଳିକୁ ନେଇ ସରକାର, ଓଇଆର୍‌ସି ଓ ଟାଟା ପାୱାରର ମନମାନି ବିରୋଧରେ ଦଳ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ପ୍ରଦୂଷଣ ସାର୍ଟିଫିକେଟ୍‌ ନାଁରେ ରାଜ୍ୟବାସୀ ଯେଭଳି ତଣ୍ଡ ଗଣୁଛନ୍ତି ତା’ ବିରୋଧରେ ବି କଂଗ୍ରେସ ସ୍ବର ଉତ୍ତୋଳନ କରିଆସିଛି। ତେଣୁ ବନ୍ଦ ଘୋଷଣାକୁ ସମର୍ଥନ କରିବାକୁ ସବୁ ଜିଲ୍ଲା କଂଗ୍ରେସ କମିଟିକୁ ନିର୍ଦ୍ଦେଶ ଦିଆଯାଇଛି।